Text copied!
Bibles in Odia

ହିତୋପଦେଶ 30:16-27 in Odia

Help us?

ହିତୋପଦେଶ 30:16-27 in ଓଡିଆ ବାଇବେଲ

16 ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା।
17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
18 ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।
19 ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
20 ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।
21 ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହି ପାରେ ନାହିଁ;
22 ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
23 ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।
24 ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ,
25 ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
26 ଶାଫନ୍‍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।
ହିତୋପଦେଶ 30 in ଓଡିଆ ବାଇବେଲ