18ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।
19ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
20ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।
21ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହି ପାରେ ନାହିଁ;
22ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
23ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।
24ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ,
25ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
26ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
27ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।
28ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
29ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
30ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।