Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 30

ହିତୋପଦେଶ 30:22-33

Help us?
Click on verse(s) to share them!
22ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
23ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।
24ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ,
25ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
26ଶାଫନ୍‍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
27ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।
28ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
29ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
30ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।
31ଯୁଦ୍ଧାଶ୍ୱ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ।
32ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।
33କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ।

Read ହିତୋପଦେଶ 30ହିତୋପଦେଶ 30
Compare ହିତୋପଦେଶ 30:22-33ହିତୋପଦେଶ 30:22-33