25 ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
26 ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।
28 ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
29 ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
30 ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।
31 ଯୁଦ୍ଧାଶ୍ୱ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ।