Text copied!
Bibles in Odia

ହିତୋପଦେଶ 30:8-20 in Odia

Help us?

ହିତୋପଦେଶ 30:8-20 in ଓଡିଆ ବାଇବେଲ

8 ଅସାରତା ଓ ମିଥ୍ୟାକଥା ମୋ’ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋ’ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।
9 ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।
10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।
11 ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
12 ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।
13 ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ ! ସେମାନଙ୍କ ଚକ୍ଷୁର ପତା ଉତ୍‍ଥିତ ହୋଇଅଛି।
14 ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।
15 ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ। ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା।
16 ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା।
17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
18 ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।
19 ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
20 ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।
ହିତୋପଦେଶ 30 in ଓଡିଆ ବାଇବେଲ