9ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।
10ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।
11ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
12ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।
13ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି।
14ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।