Text copied!
Bibles in Odia

ହିତୋପଦେଶ 31:1-10 in Odia

Help us?

ହିତୋପଦେଶ 31:1-10 in ଓଡିଆ ବାଇବେଲ

1 ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି।
2 ହେ ମୋହର ପୁତ୍ର, ହେ ମୋ’ ଗର୍ଭର ପୁତ୍ର, ହେ ମୋ’ ମାନତର ପୁତ୍ର, କଅଣ କହିବି ?
3 ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।
4 ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।
5 ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
6 ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
7 ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
8 ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
9 ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
10 ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
ହିତୋପଦେଶ 31 in ଓଡିଆ ବାଇବେଲ