Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 31

ହିତୋପଦେଶ 31:1-20

Help us?
Click on verse(s) to share them!
1ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି।
2ହେ ମୋହର ପୁତ୍ର, ହେ ମୋ’ ଗର୍ଭର ପୁତ୍ର, ହେ ମୋ’ ମାନତର ପୁତ୍ର, କଅଣ କହିବି ?
3ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।
4ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।
5ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
6ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
7ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
8ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
9ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
10ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
11ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
12ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ।
13ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
14ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ।
15ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
16ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
17ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
18ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
19ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।
20ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।

Read ହିତୋପଦେଶ 31ହିତୋପଦେଶ 31
Compare ହିତୋପଦେଶ 31:1-20ହିତୋପଦେଶ 31:1-20