Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 31

ହିତୋପଦେଶ 31:14-28

Help us?
Click on verse(s) to share them!
14ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ।
15ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
16ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
17ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
18ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
19ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।
20ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।
21ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।
22ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।
23ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।
24ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
25ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
26ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।
27ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
28ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;

Read ହିତୋପଦେଶ 31ହିତୋପଦେଶ 31
Compare ହିତୋପଦେଶ 31:14-28ହିତୋପଦେଶ 31:14-28