Text copied!
Bibles in Odia

ହିତୋପଦେଶ 31:21-31 in Odia

Help us?

ହିତୋପଦେଶ 31:21-31 in ଓଡିଆ ବାଇବେଲ

21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।
22 ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।
23 ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।
24 ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
25 ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
26 ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।
27 ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
28 ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
29 ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।
30 ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
31 ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।
ହିତୋପଦେଶ 31 in ଓଡିଆ ବାଇବେଲ