Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 31

ହିତୋପଦେଶ 31:24-30

Help us?
Click on verse(s) to share them!
24ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
25ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
26ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।
27ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
28ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
29ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।
30ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।

Read ହିତୋପଦେଶ 31ହିତୋପଦେଶ 31
Compare ହିତୋପଦେଶ 31:24-30ହିତୋପଦେଶ 31:24-30