Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 31

ହିତୋପଦେଶ 31:3-14

Help us?
Click on verse(s) to share them!
3ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।
4ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।
5ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
6ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
7ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
8ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
9ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
10ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
11ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
12ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ।
13ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
14ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ।

Read ହିତୋପଦେଶ 31ହିତୋପଦେଶ 31
Compare ହିତୋପଦେଶ 31:3-14ହିତୋପଦେଶ 31:3-14