Text copied!
Bibles in Odia

ହିତୋପଦେଶ 31:5-24 in Odia

Help us?

ହିତୋପଦେଶ 31:5-24 in ଓଡିଆ ବାଇବେଲ

5 ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
6 ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
7 ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
8 ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
9 ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
10 ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
11 ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
12 ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ।
13 ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
14 ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ।
15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
16 ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
17 ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
18 ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
19 ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।
20 ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।
21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।
22 ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।
23 ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।
24 ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
ହିତୋପଦେଶ 31 in ଓଡିଆ ବାଇବେଲ