Text copied!
Bibles in Odia

ହିତୋପଦେଶ 3:10-26 in Odia

Help us?

ହିତୋପଦେଶ 3:10-26 in ଓଡିଆ ବାଇବେଲ

10 ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।
11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।
12 କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।
13 ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ।
14 ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ।
15 ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
16 ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।
17 ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ।
18 ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।
19 ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।
20 ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ।
21 ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।
22 ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ।
23 ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।
24 ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
25 ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।
26 ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ।
ହିତୋପଦେଶ 3 in ଓଡିଆ ବାଇବେଲ