Text copied!
Bibles in Odia

ହିତୋପଦେଶ 3:22-29 in Odia

Help us?

ହିତୋପଦେଶ 3:22-29 in ଓଡିଆ ବାଇବେଲ

22 ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ।
23 ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।
24 ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
25 ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।
26 ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ।
27 ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।
28 ଆପଣା ନିକଟରେ ଦ୍ରବ୍ୟ ଥିଲେ, “ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା” ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ।
29 ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।
ହିତୋପଦେଶ 3 in ଓଡିଆ ବାଇବେଲ