Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 3

ହିତୋପଦେଶ 3:22-33

Help us?
Click on verse(s) to share them!
22ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ।
23ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।
24ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
25ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।
26ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ।
27ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।
28ଆପଣା ନିକଟରେ ଦ୍ରବ୍ୟ ଥିଲେ, “ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା” ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ।
29ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।
30ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ।
31ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ।
32କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।
33ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି।

Read ହିତୋପଦେଶ 3ହିତୋପଦେଶ 3
Compare ହିତୋପଦେଶ 3:22-33ହିତୋପଦେଶ 3:22-33