Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 4

ହିତୋପଦେଶ 4:10-24

Help us?
Click on verse(s) to share them!
10ହେ ମୋହର ପୁତ୍ର, ଶୁଣ, ମୋ’ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।
11ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।
12ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।
13ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।
14କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ।
15ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।
16ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।
17ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।
18ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।
19ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।
20ହେ ମୋହର ପୁତ୍ର, ମୋ’ କଥାରେ ମନୋଯୋଗ କର; ମୋ’ ବାକ୍ୟରେ କର୍ଣ୍ଣ ଡେର।
21ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।
22ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।
23ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
24ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।

Read ହିତୋପଦେଶ 4ହିତୋପଦେଶ 4
Compare ହିତୋପଦେଶ 4:10-24ହିତୋପଦେଶ 4:10-24