17ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।
18ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।
19ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।
20ହେ ମୋହର ପୁତ୍ର, ମୋ’ କଥାରେ ମନୋଯୋଗ କର; ମୋ’ ବାକ୍ୟରେ କର୍ଣ୍ଣ ଡେର।
21ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।
22ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।
23ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।