Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 4

ହିତୋପଦେଶ 4:18-26

Help us?
Click on verse(s) to share them!
18ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।
19ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।
20ହେ ମୋହର ପୁତ୍ର, ମୋ’ କଥାରେ ମନୋଯୋଗ କର; ମୋ’ ବାକ୍ୟରେ କର୍ଣ୍ଣ ଡେର।
21ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।
22ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।
23ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
24ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।
25ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।
26ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।

Read ହିତୋପଦେଶ 4ହିତୋପଦେଶ 4
Compare ହିତୋପଦେଶ 4:18-26ହିତୋପଦେଶ 4:18-26