Text copied!
Bibles in Odia

ହିତୋପଦେଶ 4:20-25 in Odia

Help us?

ହିତୋପଦେଶ 4:20-25 in ଓଡିଆ ବାଇବେଲ

20 ହେ ମୋହର ପୁତ୍ର, ମୋ’ କଥାରେ ମନୋଯୋଗ କର; ମୋ’ ବାକ୍ୟରେ କର୍ଣ୍ଣ ଡେର।
21 ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।
22 ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।
23 ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
24 ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।
25 ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।
ହିତୋପଦେଶ 4 in ଓଡିଆ ବାଇବେଲ