3ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି।
4ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।”
5ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
6ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।
7ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।
8ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।
9ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।”
10ହେ ମୋହର ପୁତ୍ର, ଶୁଣ, ମୋ’ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।