4ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।”
5ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
6ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।
7ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।
8ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।