1 ହେ ମୋହର ପୁତ୍ର, ମୋ’ ଜ୍ଞାନରେ ମନ ଦିଅ; ମୋ’ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;
2 ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।
3 ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।
4 କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।