10କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;
11ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
12ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !
13ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
14ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।
15ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।
16ତୁମ୍ଭର ନିର୍ଝର କ’ଣ ବାହାରେ ଏଣେତେଣେ ବିସ୍ତାରିତ ହେବ ? ଓ ରାଜଦାଣ୍ଡରେ କ’ଣ ଜଳସ୍ରୋତ ବହିଯିବ ?
17ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।
18ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର।
19ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
20ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ ?
21ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।
22ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।
23ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ।