5ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇ ଯାଏ; ତାହାର ପାଦ ସିଧା କବରରେ ପଡ଼େ;
6ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।
7ଏହେତୁ ହେ ମୋହର ପୁତ୍ରମାନେ, ମୋ’ କଥା ଶୁଣ ଏବଂ ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
8ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
9କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
10କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;
11ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
12ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !
13ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
14ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।