Text copied!
Bibles in Odia

ହିତୋପଦେଶ 5:7-20 in Odia

Help us?

ହିତୋପଦେଶ 5:7-20 in ଓଡିଆ ବାଇବେଲ

7 ଏହେତୁ ହେ ମୋହର ପୁତ୍ରମାନେ, ମୋ’ କଥା ଶୁଣ ଏବଂ ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
8 ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
9 କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
10 କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;
11 ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
12 ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !
13 ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
14 ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।
15 ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।
16 ତୁମ୍ଭର ନିର୍ଝର କ’ଣ ବାହାରେ ଏଣେତେଣେ ବିସ୍ତାରିତ ହେବ ? ଓ ରାଜଦାଣ୍ଡରେ କ’ଣ ଜଳସ୍ରୋତ ବହିଯିବ ?
17 ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।
18 ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର।
19 ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
20 ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ ?
ହିତୋପଦେଶ 5 in ଓଡିଆ ବାଇବେଲ