10ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
11ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
12ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ;
13ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;
14ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।
15ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ।
16ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
17ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
18ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
19ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
20ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।