Text copied!
Bibles in Odia

ହିତୋପଦେଶ 6:15-24 in Odia

Help us?

ହିତୋପଦେଶ 6:15-24 in ଓଡିଆ ବାଇବେଲ

15 ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ।
16 ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
17 ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
18 ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
19 ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
20 ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
21 ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ।
22 ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
23 ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
24 ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ।
ହିତୋପଦେଶ 6 in ଓଡିଆ ବାଇବେଲ