Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 6

ହିତୋପଦେଶ 6:20-34

Help us?
Click on verse(s) to share them!
20ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
21ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ।
22ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
23ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
24ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ।
25ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।
26ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।
27କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କ’ଣ ପୋଡ଼ି ଯିବ ନାହିଁ ?
28ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କ’ଣ ଫୋଟକା ହେବ ନାହିଁ ?
29ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।
30ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।
31ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।
32ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣ ନାଶ କରିବ, ସେ ହିଁ ତାହା କରେ।
33ସେ ଆଘାତ ଓ ଅପମାନ ପାଇବ; ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ।
34ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।

Read ହିତୋପଦେଶ 6ହିତୋପଦେଶ 6
Compare ହିତୋପଦେଶ 6:20-34ହିତୋପଦେଶ 6:20-34