Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 6

ହିତୋପଦେଶ 6:22-31

Help us?
Click on verse(s) to share them!
22ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
23ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
24ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ।
25ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।
26ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।
27କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କ’ଣ ପୋଡ଼ି ଯିବ ନାହିଁ ?
28ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କ’ଣ ଫୋଟକା ହେବ ନାହିଁ ?
29ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।
30ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।
31ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।

Read ହିତୋପଦେଶ 6ହିତୋପଦେଶ 6
Compare ହିତୋପଦେଶ 6:22-31ହିତୋପଦେଶ 6:22-31