Text copied!
Bibles in Odia

ହିତୋପଦେଶ 6:25-30 in Odia

Help us?

ହିତୋପଦେଶ 6:25-30 in ଓଡିଆ ବାଇବେଲ

25 ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।
26 ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।
27 କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କ’ଣ ପୋଡ଼ି ଯିବ ନାହିଁ ?
28 ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କ’ଣ ଫୋଟକା ହେବ ନାହିଁ ?
29 ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।
30 ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।
ହିତୋପଦେଶ 6 in ଓଡିଆ ବାଇବେଲ