26ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।
27କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କ’ଣ ପୋଡ଼ି ଯିବ ନାହିଁ ?
28ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କ’ଣ ଫୋଟକା ହେବ ନାହିଁ ?
29ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।
30ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।