Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 6

ହିତୋପଦେଶ 6:3-10

Help us?
Click on verse(s) to share them!
3ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର।
4ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।
5ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।
6ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।
7ତାହାର ବିଚାରକର୍ତ୍ତା କିମ୍ଵା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
8ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
9ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ ?
10ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,

Read ହିତୋପଦେଶ 6ହିତୋପଦେଶ 6
Compare ହିତୋପଦେଶ 6:3-10ହିତୋପଦେଶ 6:3-10