5ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।
6ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।
7ତାହାର ବିଚାରକର୍ତ୍ତା କିମ୍ଵା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
8ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
9ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ ?
10ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
11ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
12ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ;
13ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;
14ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।