Text copied!
Bibles in Odia

ହିତୋପଦେଶ 6:6-13 in Odia

Help us?

ହିତୋପଦେଶ 6:6-13 in ଓଡିଆ ବାଇବେଲ

6 ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।
7 ତାହାର ବିଚାରକର୍ତ୍ତା କିମ୍ଵା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
8 ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
9 ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ ?
10 ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
11 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
12 ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ;
13 ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;
ହିତୋପଦେଶ 6 in ଓଡିଆ ବାଇବେଲ