Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 6

ହିତୋପଦେଶ 6:6-20

Help us?
Click on verse(s) to share them!
6ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।
7ତାହାର ବିଚାରକର୍ତ୍ତା କିମ୍ଵା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
8ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
9ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ ?
10ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
11ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
12ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ;
13ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;
14ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।
15ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ।
16ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
17ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
18ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
19ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
20ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।

Read ହିତୋପଦେଶ 6ହିତୋପଦେଶ 6
Compare ହିତୋପଦେଶ 6:6-20ହିତୋପଦେଶ 6:6-20