Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 7

ହିତୋପଦେଶ 7:1-11

Help us?
Click on verse(s) to share them!
1ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।
2ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।
3ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।
4ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ।
5ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍‍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।
6ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
7ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବା ଲୋକ
8ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।
9ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ।
10ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।
11ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।

Read ହିତୋପଦେଶ 7ହିତୋପଦେଶ 7
Compare ହିତୋପଦେଶ 7:1-11ହିତୋପଦେଶ 7:1-11