Text copied!
Bibles in Odia

ହିତୋପଦେଶ 7:1-19 in Odia

Help us?

ହିତୋପଦେଶ 7:1-19 in ଓଡିଆ ବାଇବେଲ

1 ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।
2 ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।
3 ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।
4 ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ।
5 ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍‍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।
6 ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
7 ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବା ଲୋକ
8 ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।
9 ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ।
10 ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।
11 ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।
12 ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ।
13 ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା
14 “ମଙ୍ଗଳାର୍ଥକ ବଳି ମୋ’ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।
15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।
16 ମୁଁ ସୁଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି।
17 ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।
18 ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ।
19 ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି।
ହିତୋପଦେଶ 7 in ଓଡିଆ ବାଇବେଲ