3ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।
4ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ।
5ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।
6ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
7ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବା ଲୋକ
8ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।