Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 7

ହିତୋପଦେଶ 7:7-21

Help us?
Click on verse(s) to share them!
7ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବା ଲୋକ
8ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।
9ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ।
10ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।
11ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।
12ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ।
13ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା
14“ମଙ୍ଗଳାର୍ଥକ ବଳି ମୋ’ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।
15ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।
16ମୁଁ ସୁଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି।
17ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।
18ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ।
19ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି।
20ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।”
21ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।

Read ହିତୋପଦେଶ 7ହିତୋପଦେଶ 7
Compare ହିତୋପଦେଶ 7:7-21ହିତୋପଦେଶ 7:7-21