Text copied!
Bibles in Odia

ହିତୋପଦେଶ 8:12-25 in Odia

Help us?

ହିତୋପଦେଶ 8:12-25 in ଓଡିଆ ବାଇବେଲ

12 ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।
13 ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ।
14 ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋ’ଠାରେ ବଳ ଅଛି।
15 ମୋ’ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
16 ମୋ’ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।
17 ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
18 ମୋ’ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।
19 ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।
20 ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
21 ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
22 ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23 ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24 ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
25 ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
ହିତୋପଦେଶ 8 in ଓଡିଆ ବାଇବେଲ