Text copied!
Bibles in Odia

ହିତୋପଦେଶ 8:24-33 in Odia

Help us?

ହିତୋପଦେଶ 8:24-33 in ଓଡିଆ ବାଇବେଲ

24 ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
25 ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
26 ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।
27 ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
28 ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
29 ଜଳସମୂହ ଯେପରି ତାହାଙ୍କ ଆଜ୍ଞା-ଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
30 ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।
31 ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।
32 ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।
33 ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।
ହିତୋପଦେଶ 8 in ଓଡିଆ ବାଇବେଲ