5“ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।”
6ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।
7ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।
8ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
9ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।
10ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।