8ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
9ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।
10ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
11ଯେହେତୁ ମୋ’ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।
12ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।
13ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ।
14ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ।
15ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
16ଯେ ଅବୋଧ, ସେ ଏଠାକୁ ଆସୁ ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ,
17ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।
18ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥା’ନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।