Text copied!
CopyCompare
ଓଡିଆ ବାଇବେଲ - ହୋଶେୟ - ହୋଶେୟ 2

ହୋଶେୟ 2:3-6

Help us?
Click on verse(s) to share them!
3ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
4ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
5ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”
6ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।

Read ହୋଶେୟ 2ହୋଶେୟ 2
Compare ହୋଶେୟ 2:3-6ହୋଶେୟ 2:3-6