3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
4 ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”
6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।